ଅନୁଗୋଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଫେବୃଆରୀ ୮ ତାରିଖ ଦିନ ଅନୁଗୁଳ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦେବେ। ହେଲିକାପ୍ଟର ଯୋଗେଁ ଦିନ 10ଟାରେ ପାଳଲହଡା ନିର୍ବାଚନ ମଣ୍ଡଳୀ ର ପବିତ୍ର ନଗର ଠାରେ ପହଞ୍ଚିଛନ୍ତି। ସେଠାରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କର ଜନ୍ମ ଜୟନ୍ତୀ ଅବସରରେ ତାଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ମ୍ୟୁଜିୟମର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କଣିହାଁ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବେ। ସେଠାରୁ କଣିହାଁ ଯାଇ ପିଏମ ଶ୍ରୀ ପବିତ୍ର ମୋହନ ହାଇସ୍କୁଲର ପ୍ଲାଟିନମ ଯୁବଲି ଉତ୍ସବ ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ନେଇ ବ୍ୟାପକ ପ୍ରସ୍ତୁତି ଚାଲିଛି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୁଳ ଜିଲ୍ଲା ଗସ୍ତ
